ପୂରଣ ହେବ ରାଜ୍ୟରେ ଖାଲିପଡ଼ିଥିବା ଶିକ୍ଷକ ପଦବୀ l ଏନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ l
ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହାପରେ ଆହୁରି ୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି । ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ।
ନିଯୁକ୍ତି ଏକ ନିରନ୍ତର ପ୍ରକ୍ରିୟା । ସରକାର ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଚେଷ୍ଟା କରୁଛନ୍ତି । ଖୁବଶୀଘ୍ର ଏହା ପୂରଣ ହେବ । ଏହାସହ ଯାହା ଅସୁବିଧା ଅଛି ତାକୁ ତର୍ଜମା କରାଯାଇ ଉଚିତ୍ ପଦକ୍ଷେପ ଗ୍ରହଣ କରାଯିବ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ।