ଆନ୍ତର୍ଜାତୀୟ ସ୍ତରରେ ସୁନାର ଦର ବୃଦ୍ଧି ପାଉଥିବାରୁ ଏହାର ପ୍ରଭାବ ଭାରତୀୟ ବଜାରରେ ଅନୁଭୂତ ହେଉଛି । ଆଗକୁ ମଧ୍ୟ ଏହି ଦର ଚଢା ରହିବ ବୋଲି ସ୍ପଷ୍ଟ କରିଛନ୍ତି ଏକ୍ସପର୍ଟ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୯୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୮୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୯୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୮୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯, ୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୧୨୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୯୫୦ ଟଙ୍କା ରହିଛି ।
ସୁନା ମୂଲ୍ୟରେ ବଡ଼ ପରିବର୍ତ୍ତନ
