୨୭ ତାରିଖ ପରିବର୍ତ୍ତେ ୨୬ରେ ସାବିତ୍ରୀ ଛୁଟି । ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ରଖାଯାଇଛି । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୋହନ ମାଝି। ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା । ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନାକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ୨୬ ତାରିଖରେ ସାବିତ୍ରୀ ଅମାବାସ୍ୟା ପାଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ମେ’ ୨୭ରେ ଖୋଲା ରହିବ ସମସ୍ତ ସରକାରୀ ଅଫିସ ।
୨୭ ପରିବର୍ତ୍ତେ ୨୬ ତାରିଖରେ ସାବିତ୍ରୀ ଛୁଟି
