ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍ । କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା ସଜାଡ଼ିବାକୁ ମଧ୍ୟ ପ୍ରତିଶୃତି ଦେଇଛି ।
ଅନ୍ୟପଟେ ଆଜି ଅପରାହ୍ନରେ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବୋଇଂ ୭୮୭-୮ ଡ୍ରିମଲାଇନର୍ ବିମାନ (AI171) ଉଡ଼ାଣ ଭରିବାର କିଛି ମିନିଟ୍ ପରେ ମେଘାନୀ ନଗର ନିକଟସ୍ଥ ଏକ ଆବାସିକ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଯେଉଁଥିରେ ଥିଲେ ୨୪୨ ଜଣ ଲୋକ। କୁହାଯାଉଛି ଏହି ଦୁର୍ଘଟଣାରେ ମାତ୍ର ୨ ଜଣ ଯାତ୍ରୀ ଜୀବିତ ଅଛନ୍ତି।