ସଂପୂର୍ଣ୍ଣ ରାଜ୍ୟକୁ ଛୁଇଁବ ମୌସୁମୀ, ୭ ଦିନ ପ୍ରବଳ ବର୍ଷିବ

Transparent umbrella under heavy rain against water drops splash background. Rainy weather concept.

ଭୁବନେଶ୍ୱର : ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଏବେ ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ ରହିଛି । କିଛି ଦିନ ମଧ୍ୟରେ ସଂପୂର୍ଣ୍ଣ ରାଜ୍ୟକୁ ଛୁଇଁବ ମୌସୁମୀ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆଜି କଟକ, ଖୋର୍ଦ୍ଧା, ନୟାଗଡ଼ ସହ ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ସେହିପରି ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ସହ ରାୟଗଡ଼ା, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି । ଏହାସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ବୋହିବା ନେଇ ପୂର୍ବାନୁମାନ କରିଛି ପାଣି ପାଗ କେନ୍ଦ୍ର l

Leave a Reply

Your email address will not be published. Required fields are marked *