ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ, ଆସନ୍ତାକାଲି ଜନ୍ମବେଦୀରେ ଦର୍ଶନ ବନ୍ଦ

ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି । ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଗଲା । ଗତକାଲି ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ କରାଯାଇଥିବା ବେଳେ ପରେ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ ଦକ୍ଷିଣ ମୋଡ଼ କରାଯାଇଥିଲା l ସନ୍ଧ୍ୟା ହୋଇଯିଵାରୁ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଦକ୍ଷିଣ ମୋଡ଼ କରାଯାଇନଥିଲା ।

ସେପଟେ ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି ତଥା ନୀତି ବହୁଳତା ଦୃଷ୍ଟିରୁ ଆସନ୍ତାକାଲି “ସନ୍ଧ୍ୟା ଦର୍ଶନ” ଥିବାରୁ ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ ବୋଲି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *