ଭୂମିରେ ବସି ପାଆନ୍ତୁ ମହାପ୍ରସାଦ, ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ପ୍ରଶାସନର ପରାମର୍ଶ

ମହାପ୍ରସାଦ ସେବନକୁ ନେଇ ଶ୍ରୀମନ୍ଦିର ପକ୍ଷରୁ ଶ୍ରଦ୍ଧାଳୁଙ୍କୁ ପରାମର୍ଶ ଦିଆଯାଇଛି । ପୁରୀର ଏକ ହୋଟେଲରେ ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ଦୃଶ୍ୟ ଆସିବା ପରେ ଜଗନ୍ନାଥପ୍ରେମୀଙ୍କ ମନରେ ଦୁଃଖ ପ୍ରକାଶ ପାଇଛି । ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନ କରିବାର ଚିତ୍ର ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହୋଇଥିଲା । ଏହାକୁ ନେଇ ୟୁଜର୍ସମାନେ ପ୍ରତିକ୍ରିୟା ପ୍ରକାଶ କରିଥିଲେ ।

ଏହା ପରଂପରା ବିରୋଧୀ କହିବା ସହ ବାରଣ କରାଯାଇଛି । ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭଳି ପରଂପରା ବିରୋଧୀ କାର୍ଯ୍ୟରୁ ବିରତ ରହିବାକୁ ସମସ୍ତ ଭକ୍ତସମାଜକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ବିନମ୍ର ନିବେଦନ କରାଯାଉଛି । ହୋଟେଲଗୁଡ଼ିକ ମଧ୍ୟ ଏଥିପାଇଁ ଦୃଷ୍ଟି ଦେବା ସହ ନିଜ ଅତିଥିମାନଙ୍କୁ ଏଭଳି କାର୍ଯ୍ୟରୁ ବିରତ ରହିବାକୁ ସଚେତନ କରିବାକୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *