ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ହାଇକୋର୍ଟ l ଖୋର୍ଦ୍ଧା ଜିଲ୍ଲା ଜଟଣି ତହସିଲ କନ୍ତିଆ ମୌଜାର ବହୁମୂଲ୍ୟ 15 ଏକର ଜମିକୁ ନେଇ ନିର୍ଦ୍ଦିଷ୍ଟ ଏକ ସଂସ୍ଥା ପକ୍ଷରୁ ଦାଏର ଏହି ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରିଭ୍ୟୁ ପିଟିସନ ଦାଖଲ ହୋଇଥିଲା l
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ଯ ବଳିଷ୍ଠ ଯୁକ୍ତି ବାଢ଼ିଥିବା ବେଳେ, ନିଜେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ଅଦାଲତରେ ହାଜର ହୋଇ ମହାପ୍ରଭୁଙ୍କ ଭୂ-ସମ୍ପତ୍ତିର ସ୍ୱାର୍ଥ ରକ୍ଷା ପାଇଁ ପକ୍ଷ ରଖିଥିଲେ l ଆଡଭୋକୋଟ୍ ଆନନ୍ଦ ଚନ୍ଦ୍ର ସ୍ବାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମାମଲାର ପରିଚାଳନା କରୁଥିଲେ ।
କୌଣସି ନ୍ଯସ୍ତସ୍ବାର୍ଥ ବ୍ଯକ୍ତି ବା ଅନୁଷ୍ଠାନର ଲୋଲୁପ ଦୃଷ୍ଟିକୁ ବରଦାସ୍ତ କରାଯିବ ନାହିଁ । ଶ୍ରୀମ୍ପତ୍ତି ଗୁଡିକର କଂପ୍ଯୁଟରୀକରଣ ସହ ସଂପୂର୍ଣ୍ଣ ସ୍ବଚ୍ଛତାର ସହ ରାଜ୍ଯ ସରକାରଙ୍କ ସମାନ ନୀତି (Uniform Policy) ଓ ଶ୍ରୀଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ ଅନୁଯାୟୀ ସମସ୍ତ ଜମିର ସୁରକ୍ଷା କରାଯିବ ।