ପୁଣି ଲଘୁଚାପ, ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା

ସପ୍ତାହ ଶେଷରେ ପୁଣି ଲଘୁଚାପ। ଚଳିତ ସପ୍ତାହ ଶେଷ ବେଳକୁ ପଶ୍ଚିମବଙ୍ଗ ନିକଟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ । ତେବେ ଏହି ଲଘୁଚାପ ବେଶୀ ଘନୀଭୂତ ହେବନାହିଁ । ସେପଟେ ଓଡିଶା ଓ ଝାଡଖଣ୍ଡ ଉପରେ ସକ୍ରିୟ ଥିବା ଲଘୁଚାପ ଦୁର୍ବଳ ହୋଇ ବୁଧବାର ମଧ୍ୟ ପ୍ରଦେଶ ଓ ଉତ୍ତର ପ୍ରଦେଶ ଆଡକୁ ଗତି କରିଛି ।

ତେବେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ପାଇଁ ୬ ଜିଲ୍ଲା, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, କୋରାପୁଟ, ସୋନପୁର, ବରଗଡ ଓ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି । ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ଗୋଟିଏ ଲଘୁଚାପର ପ୍ରଭାବ ନକମୁଣୁ ସପ୍ତାହ ଶେଷରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *